ତାପମାତ୍ରା ୪୦ ଡିଗ୍ରୀ ଉପରେ ରାଜ୍ୟର ୧୫ଟି ସହର

ଭୁବନେଶ୍ୱର,୧୭/୦୪:  ରାଜ୍ୟରେ ତାପମାତ୍ରା କ୍ରମଶଃ ବଢ଼ିବାରେ ଲାଗିଛି । ଏହି କ୍ରମରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଏବେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି । ରାଜ୍ୟର ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ରେକର୍ଡ କରାଯାଇଛି ।ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସୋନପୁର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ଉପକୂଳ ଅଞ୍ଚଳମାନଙ୍କରେ ପଶ୍ଚିମ ଓଡ଼ିଶା ଅପେକ୍ଷା ତାପମାତ୍ରା କମ୍ ରହିଛି । ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଥିବାରୁ ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କନ୍ଧମାଳ ସମେତ ଦକ୍ଷିଣ ଉପକୂଳ ଓଡିଶାର କିଛି ସ୍ଥାନରେ ୨୦ ତାରିଖ ଯାଏ ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: