ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ, ଆଜି ଭଦ୍ରକ-ନୟାଗଡ଼ ମେମୁ ଟ୍ରେନର ଶୁଭାରମ୍ଭ

ଭଦ୍ରକ,୩୦ା୩ : ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ| ଆଜି ଭଦ୍ରକ-ନୟାଗଡ଼ ମେମୁ ଟ୍ରେନର ହେବ ଶୁଭାରମ୍ଭ । ଉଭୟ ଜିଲ୍ଲାର ଲୋକଙ୍କ ଆକାଂକ୍ଷା ହେବ ପୂରଣ । ଆଜି କଟକ ରେଳ ଷ୍ଟେସନ ଠାରେ ପତାକା ଦେଖାଇ ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ବନୀ ବୈଷ୍ଣବ ।  ଅନ୍ୟପଟେ ‘ଓଡ଼ିଶାର କିମ୍ବଦନ୍ତୀଙ୍କ ଡାକ ଟିକଟ୍’ ଉନ୍ମୋଚନ କାର୍ଯ୍ୟକ୍ରମରେ ସାମିଲ ହେବେ ।  ଅଞ୍ଚଳର ଯାତ୍ରୀମାନଙ୍କ ଆରାମ ତଥା ସୁବିଧା ପାଇଁ  ନିରନ୍ତର ପ୍ରଚେଷ୍ଟାର ଏହା ହେଉଛି ଫଳାଫଳ | ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ଟ୍ରେନ ବଦଳାଇବା ପରିବର୍ତ୍ତେ ଏହି ଟ୍ରେନ ସିଧା ସଳଖ ଭାବେ ଯାତ୍ରା ପାଇଁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କୁ ସୁବିଧା ଯୋଗାଇବ |ଏହାସହ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ଭୁବନେଶ୍ବର, କଟକ ଓ କୋରାପୁଟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର ପ୍ରଧାନ । ଆସନ୍ତାକାଲି ଭୁବନେଶ୍ବର ସୋଆ ଅଡିଟୋରିୟମରେ ସାମାଜିକ ସଂଗଠନ ‘ଆମେ ଓଡ଼ିଆ’ ପକ୍ଷରୁ ଆୟୋଜିତ  ‘ଓଡ଼ିଶା @୧୦୦ ବଡ ଭାବିବା, ବଡ଼ ସ୍ୱପ୍ନ ଦେଖିବା’କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ମଧ୍ୟ ଯୋଗଦେବେ । ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରୁ ଟ୍ରେନ ଯୋଗେ କୋରାପୁଟ ଦାମନଯୋଡ଼ି ପର୍ଯ୍ୟନ୍ତ ଗସ୍ତ କରିବେ କେନ୍ଦ୍ରମନ୍ତ୍ରୀ । ଏପ୍ରିଲ ପହିଲା ଉତ୍କଳ ଦିବସ ଅବସରରେ କୋରାପୁଟ ଜିଲ୍ଲା କୋଟିଆର ଜନସାଧାରଣଙ୍କ ସହ ଉତ୍କଳ ଦିବସ ପାଳନ କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!