ତୁଳସୀକ୍ଷେତ୍ରରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ଦାବିରେ ଧାରଣା

କେନ୍ଦ୍ରାପଡ଼ା,୧୭ା୬:ଚଳିତବର୍ଷ ତୁଳସୀକ୍ଷେତ୍ରରେ ପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥଯାତ୍ରା ଅନୁଷ୍ଠିତ ହେବା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି ନିରପେକ୍ଷ ଭାରତର ପ୍ରତିନିଧି ସାମ୍ବାଦିକ କଳ୍ପତରୁ ରାଉତରାୟ । ଶ୍ରୀଜୀଉଙ୍କ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗକୁ ଗୁରୁତ୍ୱାରୋପ କରାଯାଇ ପ୍ରଭୁ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ଚଳିତ ବର୍ଷ କରାଯିବା ଦାବି ନେଇ ଶ୍ରୀ ରାଉତରାୟ ଧାରଣାରେ ବସିରହିଛନ୍ତି । କେନ୍ଦ୍ରାପଡାରେ ରଥଯାତ୍ରା ଅନୁଷ୍ଠିତ ହେବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ନିର୍ଦେଶନାମା ଜାରିହେବା ପର୍ଯ୍ୟନ୍ତ ସେ ଧାରଣାରେ ବସିରହିବେ ବୋଲି କହିଛନ୍ତି ଶ୍ରୀ ରାଉତରାୟ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: