ଦକ୍ଷିଣ ଆଣ୍ଡାମାନରେ ସୃଷ୍ଟି ଘୂର୍ଣ୍ଣିବଳୟ ,ଆସିବନି ବଡ଼ ବାତ୍ୟା !

ଭୁବନେଶ୍ୱର,୪/୫ : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସହ ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଜଣାପଡିଛି । ଆଜି ସକାଳ ୫ଟା ୩୦ରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ତେବେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବା ନେଇ ସୂଚନା ମିଳିଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରଫେସର ପଶୁପାଳକଙ୍କ ଆକଳନ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ବୁଧବାର ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତା ୫ ତାରିଖ ସକାଳୁ ଏହା ଲଘୁଚାପ ରୂପ ନେବ । କ୍ରମଶଃ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟା ରୂପ ନେବ । ୧୦ ତାରିଖ ସକାଳ ସୁଦ୍ଧା ଏହା ସ୍ଥଳଭାଗ ଛୁଇଁପାରେ । ତେବେ ଏହା ଅଧିକ ଘନୀଭୂତ ହେବନି । ଏଥିପାଇଁ ବଡ଼ ବାତ୍ୟା ହେବାର ଆଶଙ୍କା କମ୍‌ । ପୁରୀ ବା ପାରାଦୀପ ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ । ପବନର ବେଗ କିଲୋମିଟର ପିଛା ଘଣ୍ଟା ପ୍ରତି ୭୦କିମି ଭିତରେ ସୀମିତ ରହିବ ବୋଲି ପ୍ରଫେସର ପଶୁପାଳକ ଆକଳନ ଲଗାଇଛନ୍ତି । ଏହା ପ୍ରାକ୍‌ ଆକଳନ । ଲଘୁଚାପ ସୃଷ୍ଟି ହେଲା ପରେ ହିଁ ସ୍ପଷ୍ଟ ଚିତ୍ର ମିଳିବ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୮ ତାରିଖ ରାତିରୁ ରାଜ୍ୟରେ ପାଗ ବଦଳିବ । ୯ ଓ ୧୦ତାରିଖରେ ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ଫୁଲବାଣୀରେ ଭାରୀ ବର୍ଷା ହେବ । ଅଧିକାଂଶ ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେବ । ୧୧ରେ ବି ବର୍ଷା ଅଧିକ ସମ୍ଭାବନା ରହିଛି । ଲଘୁଚାପ ଓ ବାତ୍ୟା ପ୍ରଭାବରେ ୮ ତାରିଖରୁ ୧୧ ତାରିଖ ଯାଏ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସହ ପାଗ ମେଘୁଆ ରହିବ । ଫଳରେ ତାପମାତ୍ରା   କମିଯିବ । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ   ୭ ତାରିଖର ତାପମାତ୍ରା କିଛି କମିବ ବୋଲି ପ୍ରଫେସର ପଶୁପାଳକ ସୂଚନା ଦେଇଛନ୍ତି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: