ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ୧୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୩/୦୬  : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ସାରା ରାଜ୍ୟରେ   ପ୍ରବଳ ବର୍ଷା ଜାରି ରହିଛି । ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସହରରେ ମଙ୍ଗଳବାର ଅପରାହ୍ଣରୁ ବର୍ଷା ପରିମାଣ ବଢ଼ିବାରେ ଲାଗିଛି ।  ସେପଟେ ଅଧିକ ସଶକ୍ତ ହେଉଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପୂର୍ବ ଝାରଖଣ୍ଡ ଓ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।   ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଏହି ଜିଲ୍ଲା ଗୁଡ଼ିକ ହେଲା-  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର।  ଏସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: