ଗଞ୍ଜାମ(ମନୋଜ କୁମାର ପାତ୍ର),୨୧/୬:ଛତ୍ରପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସ୍ଥିତ ଜଉଗଡ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଜନ ସମାଧାନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଏହି ଅଭିଯୋଗ ଶୁଣାଣିରେ ଯୋଗଦାନ କରି ସମୁଦାୟ ୪ ଗୋଟି ଭିନ୍ନକ୍ଷମ ଏବଂ ୧୦ ଗୋଟି ସାଧାରଣ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ ।ଏହି ଦିବ୍ୟାଙ୍ଗଜନ ସମାଧାନ କେବଳ ଛତ୍ରପୁର ବ୍ଲକର ତିନିଜଣ ବ୍ୟକ୍ତିଙ୍କୁ ତିନି ଚକିଆ ସାଇକେଲ ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ତିନିଜଣ ବ୍ୟକ୍ତି ବିଶେଷଙ୍କୁ ଡି.ଆର୍ ଆଇ ଲୋନ୍ ପ୍ରଦାନ କରିଥିଲେ । ଆଜିର ଜନ ଶୁଣାଣୀ ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଓ ଜୀଉଁ ୱାସନ୍, ମହାନଗର ନିଗମ କମିଶନର ଜେ ସୋନାଲ, ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍,ଛତ୍ରପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ପାତ୍ର ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |