ନୂଆଦିଲ୍ଲୀ, ୧୩|୦୮: ଦେଶରେ କରୋନା ସଂକ୍ରମଣ ବଢିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୫ ହଜାର ଟପିଛି ।ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୩ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨୦ ହଜାର ୧୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨ରେ ପହଞ୍ଚିଛି । ଦେଶରେ କରୋନା ଆରୋଗ୍ୟ ହାର ୯୮.୫୪ % ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସହ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୬ ହଜାର ୯୯୬ରେ ପହଞ୍ଚିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |