ଦେଶରେ 5G ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ ୦୧/୧୦: ଆରମ୍ଭ ହେଲା 5G ସେବା । ଦେଶରେ 5G ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ୧୩ଟି ପ୍ରମୁଖ ସହରରେ ପ୍ରଥମ ପର୍ଯ୍ୟାୟରେ ମିଳିବ 5G ସେବା ।ନୂଆଦିଲ୍ଲୀର ପ୍ରଗତି ମୈଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଷ୍ଠ ‘ଇଣ୍ଡିଆ ମୋବାଇଲ୍‌ କଂଗ୍ରେସ’  ଆଇଏମ୍‌ସି ଉଦଘାଟନ କରିବା ଅବସରରେ ଭାରତରେ ‘୫ଜି’ ମୋବାଇଲ୍‌ ସେବାର ଶୁଭାରମ୍ଭ କରିଛନ୍ତି । ଅକ୍ଟୋବର ୨୫ ତାରିଖରେ ଦେଶର ୪ଟି ମେଟ୍ରୋ ସହରରେ ‘ରିଲାଏନ୍‌ସ୍‌ ଜିଓ’ ଏହି ସେବା ଉପଲବ୍ଧ କରାଇବ ।   ମୋଦିଙ୍କ ସହ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।ଦିଲ୍ଲୀ, କୋଲକତା, ଚେନ୍ନାଇ, ମୁମ୍ବାଇ, ଅହମଦାବାଦ୍, ବେଙ୍ଗଲୁରୁ, ଚଣ୍ଡିଗଡ଼, ଗାନ୍ଧିନଗର, ଗୁରୁଗ୍ରାମ, ହାଇଦ୍ରାବାଦ, ଜାମନଗର, ଲକ୍ଷ୍ନୌ, ପୁଣେ । ଏହି ୧୩ ସହରରେ ପ୍ରଥମେ ଆରମ୍ଭ ହେବ 5G ସେବା ।5G ସେବା ଆରମ୍ଭ ହେଲେ ମିଳିବ 3G ଠାରୁ ୩୦ ଗୁଣ ଓ 4G ଠାରୁ ୧୦ ଗୁଣା ସ୍ପିଡ୍ ସେବା । ଆବଶ୍ୟକ ସ୍ଥଳେ ଏହି ସ୍ପିଡ ୧୦୦ ଗୁଣା ଯାଏଁ ଯାଇପାରେ ବୋଲି କୁହାଯାଉଛି । ୟୁଜର୍ସଙ୍କ ପାଇଁ ଡାଉନଲୋଡ୍ ସ୍ପିଡ ବଢ଼ାଇବ 5G । 2G ନେଟଓ୍ୱର୍କରେ ଯେଉଁ ଫାଇଲ୍ ଡାଉନ୍‌ଲୋଡ ପାଇଁ ୨ଦିନ ୮ ଘଣ୍ଟା ଲାଗୁଥିଲା, 3G ସେବାରେ ୨ ଘଣ୍ଟା ଏବଂ 4Gରେ ୪୦ ମିନିଟ ଲାଗୁଥିଲା, ଏବେ 5Gରେ ସେହି ଫାଇଲ ଡାଉନ୍‌ଲୋଡ୍ ପାଇଁ ମାତ୍ର ୩୫ ସେକେଣ୍ଡ ସମୟ ଲାଗିବ । ଦୁଇ ବର୍ଷ ମଧ୍ୟରେ ସାରା ଦେଶରେ 5G ସେବା ମିଳିବ ବୋଲି ପୂର୍ବରୁ ସୂଚନା ଦେଇଥିଲେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏଥିଲାଗି ୩୫ ବିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: