ଦ୍ରୌପଦୀ ମୁର୍ମୁ ହେଲେ NDA ରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ ୨୧/ ୦୬: ଭାରତର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବେ? ଆରମ୍ଭ ହୋଇଗଲା କାଉଣ୍ଟଡାଉନ୍‌ । ବିରୋଧୀ ଦଳ ଯଶଓ୍ବନ୍ତ ସିହ୍ନାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ପରେ ଏବେ ଏନଡିଏ ମଧ୍ୟ ପ୍ରାର୍ଥୀ ଘୋଷଣା କରିଛି । ନେସନାଲ ଡେମୋକ୍ରାଟିକ୍‌ ଆଲିଆନ୍ସ (NDA) ପକ୍ଷରୁ ଓଡିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ପ୍ରଥମ ଓଡିଆ ମହିଳା ଭାବେ ମର୍ଯ୍ୟାଦାଜନକ ପଦବୀ ପାଇଁ ପ୍ରତିଦ୍ବନ୍ଦିତା କରିବାକୁ ଯାଉଛନ୍ତି ଓଡିଶାର ଦ୍ରୌପଦୀ ମୁର୍ମୁ । ଏ ନେଇ ବିଜେପି ସଂସଦୀୟ ଦଳ ବୈଠକରେ ନିଷ୍ପତ୍ତି ହୋଇଛି । ପ୍ରାୟ ୨୦ ଜଣଙ୍କ ନାଁ ରାଷ୍ଟ୍ରପତି ପ୍ରାର୍ଥୀ ନିମନ୍ତେ ଏନଡିଏ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା । ସେମାନଙ୍କ ମଧ୍ୟରୁ ଓଡିଶାର ଦ୍ରୌପଦୀ ମୁର୍ମୁଙ୍କ ନାଁ ରେ ମୋହର ମାରିଛନ୍ତି ଏନଡିଏ ନେତୃତ୍ବ । ଏ ନେଇ ପ୍ରେସମିଟ୍‌ କରି ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୯୫୮ ମସିହା ଜୁନ ୨୦ ତାରିଖରେ ଓଡିଶାର ମୟୂରଭଞ୍ଜ ଜିଲ୍ଲା ବାଇଡାପୋଷୀ ଗାଁ ରେ ଜନ୍ମଗ୍ରହଣ କରିଥିଲେ ଦ୍ରୌପଦୀ ମୁର୍ମୁ । ଗୋଟିଏ ସାନ୍ତାଳ ପରିବାରରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଓଡିଶା ରାଜନୀତିର ଜଣେ ଚର୍ଚ୍ଚିତ ମହିଳା । ରାଇରଙ୍ଗପୁରରୁ ବିଧାୟିକା ଭାବେ ନିର୍ବାଚିତ ହୋଇ ପ୍ରଥମ ଥର ମେଣ୍ଟ ସରକାରରେ ମନ୍ତ୍ରୀ ହୋଇଥିଲେ । ଓଡିଶାରେ ବିଜେଡି ଏବଂ ବିଜେପି ମେଣ୍ଟ ସରକାର ଥିବା ବେଳେ ୨୦୦୦ ମସିହାରୁ ୨୦୦୨ ମସିହା ପର୍ଯ୍ୟନ୍ତ ବାଣିଜ୍ୟ ଏବଂ ପରିବହନ ରାଜ୍ୟ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏହା ପରେ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ମତ୍ସ୍ୟ ଏବଂ ପଶୁ ସମ୍ପଦ ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହନ କରିଥିଲେ । ଝାଟଖଣ୍ଡର ରାଜ୍ୟପାଳ ଭାବେ ମଧ୍ୟ ସଫଳତାର ସହ ଦାୟିତ୍ବ ତୁଲାଇଥିଲଶ ଦ୍ରୌପଦୀ ମୁର୍ମୁ । ୨୦୧୫ ମସିହା ମେ ୧୮ ତାରିଖରୁ ୨୦୨୧ ମସିହା ଜୁଲାଇ ୧୨ ତାରିଖ ଯାଏ ସେ ଝାଡଖଣ୍ଡ ରାଜ୍ୟପାଳ ରହିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: