ଧାମନଗର ଉପନିର୍ବାଚନ: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ଆଗୁଆ

ଭଦ୍ରକ ୦୬/ ୧୧: ଧାମନଗରରେ ଚାଲିଛି ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା । ପ୍ରଥମ ଓ ଦ୍ବିତୀୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିବା ବେଳେ ତୃତୀୟ ରାଉଣ୍ଡରେ ମଧ୍ୟ ଆଗରେ ରହିଛନ୍ତି । ତୃତୀୟ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେପି ପ୍ରାର୍ଥୀ ୧୨୮୯୨ ଭୋଟ ପାଇ ଆଗରେ ରହିଥିବା ବେଳେ ବିଜେପି ପ୍ରାର୍ଥୀ ୧୦୮୫୯ ଭୋଟ ପାଇ ଦ୍ବିତୀୟ ସ୍ଥାନରେ ରହିଛନ୍ତି । କଂଗ୍ରେସ ପ୍ରାର୍ଥୀ ୪୨୭ ଭୋଟ ଏବଂ ସ୍ବାଧୀନ ପ୍ରାର୍ଥୀ ୧୦୯୪ ଭୋଟ ପାଇଛନ୍ତି ।ଦ୍ବିତୀୟ ରାଉଣ୍ଡ ଭୋଟ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୮୭୩୭ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୭୩୫୮ ଭୋଟ ପାଇଥିଲେ । ବିଜେପି ପ୍ରାର୍ଥୀ ୧୪୦୯ ଭୋଟରେ ଆଗୁଆ ଥିଲେ । ସେହିଭଳି କଂଗ୍ରେସ ପ୍ରାର୍ଥୀ ୩୧୩ଏବଂ ଅନ୍ୟାନ୍ୟ ୫୯୭ ଭୋଟ ପାଇଛନ୍ତି । ଭୋଟ ୧୪ଟି ଟେବୁଲରେ ଚାଲିଛି ଭୋଟ ଗଣତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: