ନକଲି ଔଷଧ ପାଇଁ ସ୍ୱତନ୍ତ୍ର ଟିମ୍‍ ଗଠନ କଲେ ପୁଲିସ ଡିଜି ଶ୍ରୀ ଅଭୟ

ଭୁବନେଶ୍ୱର,୧୫/୬: ରାଜ୍ୟରେ ନକଲି ଔଷଧ କାରବାର ମାମଲାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ସ୍ୱତନ୍ତ୍ର ଟିମ୍‍ ଗଠନ କରାଯାଇଛି। ପୁଲିସ ଡିଜି ଶ୍ରୀ ଅଭୟ ଏହି ସୂଚନା ଦେଇଛନ୍ତି। ଡ୍ରଗ୍ସ କେଂଟ୍ରାଲରଙ୍କ ସହ ବିଚାର ବିମର୍ଷ କରାଯାଇ ପରବର୍ତୀ ପଦକ୍ଷେପ ଗ୍ରହଣ କରାଯିବ। ଖୁବ୍‍ ଶୀଘ୍ର ତଦନ୍ତ ଆରମ୍ଭ ହେବ ବୋଲି ଡିଜିପି କହିଛନ୍ତି। ସୂଚନାଯୋଗ୍ୟ, କଟକରୁ ନକଲି ଔଷଧ ଜବତ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ସନ୍ଧ୍ୟାରେ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଥିଲେ। ଗତ ୧୧ ତାରିଖ ଦିନ କଟକ ସହରର କନିକା ଛକ ନିକଟ ଏକ ହୋଲସେଲ୍‌ଫ ଔଷଧ ଗୋଦାମରୁ ୬୯ ଲକ୍ଷ ଟଙ୍କାର ନକଲି ଔଷଧ ଜବତ ହୋଇଥିଲା। ଔଷଧ ଦୋକାନ ଉପରେ ଡ୍ରଗ୍ସ କଂଟ୍ରୋଲର ସ୍କ୍ୱାର୍ଡ ଚଢାଉ କରି ବିପୁଳ ପରିମାଣର ନକଲି ଔଷଧ ଜବତ କରିଥିଲା। ଏହି ମେଡିସିନ ହୋଲସେଲର ଦୋକାନରୁ କରୋନା ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ୧୭ ହଜାର ଫାଭିପିରାଭିର ଟାବଲେଟ ଜବତ ହୋଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: