ନବରଙ୍ଗପୁର ୩୧/୫: ନବରଙ୍ଗପୁର ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ । ତାଙ୍କ ସହିତ ଅଛନ୍ତି ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ କୁମାର ମହାପାତ୍ର । ଜିଲ୍ଲାରେ କୋଭିଡ଼ ସ୍ଥିତିର ସମୀକ୍ଷା କରିଛନ୍ତି । ଖବର ଅନୁଯାୟୀ, ଏକ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ମୁଖ୍ୟ ଶାସନ ସଚିବ ଓ ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସ୍ଥାନୀୟ ସର୍କିଟ ହାଉସ ପଡିଆରେ ଓହ୍ଲାଇଥିଲେ । ଏହାପରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାଇ ସର୍କିଟ ହାଉସରେ ନବରଙ୍ଗପୁର ଜିଲ୍ଲାପାଳ ଡଃ. ଅଜିତ କୁମାର ମିଶ୍ର, ନବରଙ୍ଗପୁର ଏସ୍ପି ପ୍ରହ୍ଲାଦ ସାହାଇ ମିନା ଓ ନବରଙ୍ଗପୁର ସି଼ଡିଏମ୍ଓ ଶୋଭାରଣୀ ମିଶ୍ରଙ୍କ ସହ ଜିଲ୍ଲାର କୋଭିଡ ପରିସ୍ଥିତି ଉପରେ ସମୀକ୍ଷା କରିଥିଲେ । ଏହାପରେ ନବରଙ୍ଗପୁର କୋଭିଡ ହସ୍ପିଟାଲ ଯାଇ ସ୍ଥିତି ପରଖିଥିଲେ। ସେହିପରି ନବରଙ୍ଗପୁର ଜିଲ୍ଲାରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣାଧିନ ହୋଇଥିବା ବେଳେ କୋଭିଡ ମେଡିକାଲର ସ୍ୱାସ୍ଥ୍ୟସେବାକୁ ନେଇ ରୋଗୀ ସନ୍ତୁଷ୍ଟ ରହିଛନ୍ତି । ନବରଙ୍ଗପୁର ଜିଲ୍ଲାରେ ଆର୍ଟିପିସିଆର୍ ଟେଷ୍ଟ ମେସିନ ପହଞ୍ଚିଛି । ଗୋଟିଏ ଦିନରେ ଜିଲ୍ଲାରେ ପ୍ରାୟ ୬ ଶହ କୋଭିଡ ପରୀକ୍ଷା କରାଯିବ । ଖୁବ ଶୀଘ୍ର ନବରଙ୍ଗପୁରରେ ଅକ୍ସିଜେନ ପ୍ଲାଣ୍ଟ ହେବାକୁ ଯାଉଛି । ଏଥିସହ ନବରଙ୍ଗପୁର ଜିଲ୍ଲାକୁ ୧୦ ହଜାର ଭ୍ୟାକ୍ସିନ୍ ଦିଆଯିବ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |