ନବୀନଙ୍କ ନୂଆ ଟିମରେ ଶପଥ ନେଲେ ୧୩ କ୍ୟାବିନେଟ୍‌ ମନ୍ତ୍ରୀ

ଭୁବନେଶ୍ୱର ୦୫/୦୬: ଆଜି ଟିମ୍ ନବୀନଙ୍କ ନବକଳେବର । ନବୀନଙ୍କ ନୂଆ ଟିମ୍‌ରେ ୨୧ ଜଣ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରୁ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ୧୩ ମନ୍ତ୍ରୀ ଓ ରାଷ୍ଟ୍ରମନ୍ତ୍ରୀ ଭାବେ ୮ ଜଣ ମନ୍ତ୍ରୀ ଶପଥ ନେଇଛି। ନବୀନଙ୍କ ନୂଆ ବ୍ରିଗେଡ୍‌ରେ କ୍ୟାବିନେଟରେ ଜଣେ ନୂଆ ମୁହଁକୁ ସୁଯୋଗ ମିଳିଛି । କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରାଜେନ୍ଦ୍ର ଢୋଲକିଆ । ସେହିଭଳି ୮ଜଣ ମନ୍ତ୍ରୀଙ୍କୁ ରିପିଟ୍ କରାଯାଇଛି ।

ଏହାସହ ପୂର୍ବରୁ ଥିବା ୪ ମନ୍ତ୍ରୀଙ୍କୁ ବି ସୁଯୋଗ ମିଳିଛି । ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । କ୍ୟାବିନେଟର ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଥିଲେ ଜଗନ୍ନାଥ ସାରକା ।

ଏହାପରେ ନିରଞ୍ଜନ ପୁଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ୍ , ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ, ରାଜେନ୍ଦ୍ର ଢୋଲକିଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!