ଭୁବନେଶ୍ୱର,,୨୫ ।୩ : ରାଜ୍ୟ ସରକାର ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ସ୍ତରରେ ଶୁକ୍ରବାର ଅଦଳ ବଦଳ କରିଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବରେ ନିକୁଞ୍ଜ ବିହାରୀ ଧଳକୁ ନିଯୁକ୍ତି ପ୍ରଦାନ କରାଯାଇଛି । ଏହା ପୂର୍ବରୁ ସୁଶୀଲ କୁମାର ଲୋହାନୀ ମୁଖ୍ୟ ନିର୍ବାଚନ ଅଧିକାରୀ ପଦରେ ରହିଥିଲେ । ସୁଶୀଲ କୁମାର ଏବେ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱରେ ରହିଥିବା ବେଳେ ତାଙ୍କୁ ଏବେ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ୧୯୯୩ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ଶ୍ରୀ ଧଳ ସ୍ୱତନ୍ତ୍ର ରିଲିଫ ଆୟୁକ୍ତ ଏବଂ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓସ୍ଡମା)ର ପରିଚାଳନା ନିର୍ଦେଶକ ଭାବରେ କାର୍ଯ୍ୟ କରୁଥିଲେ। ତାଙ୍କର ନୂତନ ନିଯୁକ୍ତି ପରେ ଓସ୍ଡମାର ପରିଚାଳନା ନିର୍ଦେଶକ ଦାୟିତ୍ୱ ଜ୍ଞାନରଞ୍ଜନ ଦାସଙ୍କୁ ପ୍ରଦାନ କରାଯାଇଛି। ସେହିଭଳି ସୁଶୀଲ କୁମାର ଲୋହାନୀଙ୍କୁ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |