ଭୁବନେଶ୍ୱର,୨୫ା୫: ଆସନ୍ତା ୨୭ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବୈଠକରେ ସେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାନେଇ ଦାବି ଦୋହରାଇବେ ବୋଲି ସୂଚନା ମିଳିଛି । ସେହିପରି ଓଡ଼ିଶାକୁ ସ୍ୱତନ୍ତ୍ର ପ୍ୟାକେଜ ସହ ପ୍ରତି ପଞ୍ଚାୟତରେ ବ୍ୟାଙ୍କ ଖୋଲିବାକୁ ଦାବି ରଖିବେ । ଏହାସହ ଟେଲି କମ୍ୟୁନିକେସନ ବ୍ୟବସ୍ଥା ନେଇ ମଧ୍ୟ ଦାବି ରଖିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଏହି ସବୁ ଦାବି ନୀତି ଆୟୋଗ ବୈଠକରେ ରଖିବା ସହ ପ୍ରଧାନମନ୍ତ୍ରୀଙ୍କୁ ମଧ୍ୟ ଅବଗତ କରାଇବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ନୂଆଦିଲ୍ଲୀରେ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ଯୋଗ ଦେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ନିତି ଆୟୋଗ ବୈଠକରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୬ତାରିଖ ଅପରାହ୍ନରେ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିତି ଆୟୋଗ ପରିଚାଳନା ପରିଷଦ ବୈଠକରେ ସାମିଲ ହେବେ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଓ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିବେ । ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବିକୁ ଦୋହରାଇବା ସହ ଗ୍ରୀନ୍ ସେସ୍ , ଖଣି ରୟାଲିଟି ପରିମାଣ ବୃଦ୍ଧି, ବ୍ୟାଙ୍କିଙ୍ଗ ଓ ମୋବାଇଲ ନେଟୱାର୍କିଂ ସୁବିଧା ଆଦି ପ୍ରସଙ୍ଗରେ ଦାବି ଉତଥାପନ କରିବେ ବୋଲି ଜଣାପଡ଼ିଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |