ନୂଆଁଖାଇ ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା -ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧/୯ : ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଚଳଚଞ୍ଚଳ ପଶ୍ଚିମ ଓଡିଶା। ସକାଳ ୧୦ଟା ୧୫ରୁ ୧୦ଟା ୨୫ ମଧ୍ୟରେ ମା’ସମଲେଇଙ୍କ ନିକଟରେ ଲାଗି ହେବ ନବାନ୍ନ। ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ପାଳନ କରାଯାଉଛି ନୂଆଁଖାଇ। ଏହି ଅବସରରେ ପଶ୍ଚିମ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଭିଁଙ୍କୁ ହୃଦୟରୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁତ୍ୱ ଦେଇଛନ୍ତି। ଏହାସହ ମା’ସମଲେଇଙ୍କ ନିକଟରେ ସମସ୍ତଙ୍କ ସୁଖଶାନ୍ତି କାମନା କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: