ନୂଆଦିଲ୍ଲୀରେ ମାଡିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୧/୪: ଦେଶରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଗତକିଛି ଦିନ ହେବ ୨ହଜାର ଉପରେ ଦୈନିକ କରୋନା ସଂକ୍ରମଣ ଚିହ୍ନଟ ହେଉଛନ୍ତି । ସବୁଠରୁ ବଡ଼ କଥା ହେଉଛି ରାଜଧାନୀ ନୂଆଦିଲ୍ଲୀରେ ପୁଣି ଥରେ ସଂକ୍ରମଣ ବୃଦ୍ଧି ପାଇଲାଣି । ପ୍ରତ୍ୟେକ ଦିନ ଦିଲ୍ଲୀରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦେଶରେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୩୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ଗତକାଲି ତୁଳନାରେ ୩୧୩ ଜଣ ଅଧିକ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଗୋଟିଏ ଦିନରେ ଦେଶରେ ଆଉ ୫୬ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେହିପରି ସାରା ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୨୩୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପ୍ରତ୍ୟେକ ଦିନ ସଂକ୍ରମଣ ହାର ବଢ଼ୁଥିବାରୁ ଦେଶରେ ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଦେଶରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ହଜାର ୪୩୩ରେ ପହଞ୍ଚିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: