ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସହରର ସମସ୍ତ ଦୋକାନ, ବଜାର ୯ ଦିନ ପର୍ଯ୍ୟନ୍ତ ବନ୍ଦ

ନୂଆପଡ଼ା,୧୫।୦୪: କରୋନାର ଦ୍ୱିତୀୟ ଲହର ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି।   ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨,୯୮୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧,୭୩୩ ଜଣ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟସ୍‌ ୧,୨୫୬ ରହିଛି। ନୂଆପଡ଼ା ଜିଲ୍ଲାରୁ ୧୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକୁ ଦିନ ନୂଆପଡ଼ାରେ କରୋନା ଏହାର କାୟା ବିସ୍ତାର କରିବାରେ ଲାଗିଛି। ଦୈନିକ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବାରୁ ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସହରର ସମସ୍ତ ଦୋକାନ, ବଜାର ୯ ଦିନ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଖଡ଼ିଆଳ ବଣିକ ସଂଘ ପକ୍ଷରୁ ଏହି ବନ୍ଦ ଘୋଷଣା ହୋଇଛି। ଆସନ୍ତାକାଲିଠୁ ଏପ୍ରିଲ ୨୪ ତାରିଖ ପର୍ଯ୍ୟନ୍ତ ୯ ଦିନ ପର୍ଯ୍ୟନ୍ତ ଖଡ଼ିଆଳ ସହରର ସମସ୍ତ ଦୋକାନ, ବଜାର ବନ୍ଦ ରହିବ। ଏହି ୯ ଦିନରେ କେବଳ ସକାଳ ୫ଟାରୁ ସକାଳ ୧୦ଟା ପର୍ଯ୍ୟନ୍ତ ପନିପରିବା ଦୋକାନ ଖୋଲା ରହିବ। କେବଳ ଅତ୍ୟାବଶ୍ୟକ ସେବାକୁ ଛାଡ଼ି ବାକି ସମସ୍ତ ଦୋକାନକୁ ବନ୍ଦ କରାଯିବ ବୋଲି ବଣିକ ସଂଘ ପକ୍ଷରୁ କୁହାଯାଇଛି। କିଛି ଦିନ ହେବ ପଜିଟିଭ ସଂଖ୍ୟା ବୃଦ୍ଧି ହେବା ସହ କିଛି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ବଣିକ ସଂଘର ସଭାପତି ଜଣାଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ୯ ଦିନ ପର୍ଯ୍ୟନ୍ତ ଖଡ଼ିଆଳ ସହରର ସମସ୍ତ ଦୋକାନ, ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ବଣିକ ସଂଘର ଏଭଳି ନିଷ୍ପତ୍ତିକୁ ଜିଲ୍ଲାପାଳ ସ୍ୱାଗତ କରିଛନ୍ତି।

 

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: