ନୂଆ ରୂପ ନେବ ମା’ ମଙ୍ଗଳା, ଉଗ୍ରତାରା ଓ ଭଗବତୀଙ୍କ ଶକ୍ତିପୀଠ

ଭୁବନେଶ୍ୱର,୨୧ା୩ :ରାଜ୍ୟର  ଶକ୍ତିପୀଠ କାକଟପୁର ମା’ ମଙ୍ଗଳା, ଭୂଷଣ୍ଡପୁରର ମା’ ଉଗ୍ରତାରା ଓ ବାଣପୁରର ମା’ ଭବବତୀ ପୀଠର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅନୁମୋଦନ କରିଛନ୍ତି। ୫-ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ପୂର୍ତ୍ତ ବିଭାଗର ପର୍ଯ୍ୟଟନସ୍ଥଳ ଓ ଐତିହ୍ୟ କୀର୍ତ୍ତିରାଜିର ସମନ୍ବିତ ବିକାଶ ଯୋଜନାରେ ଏହାକୁ ସାମିଲ କରାଯାଇଛି। ଓଡ଼ିଶା ସେତୁ ନିର୍ମାଣ ନିଗମ ଉପରେ ବିକାଶ ଦାୟିତ୍ବ ନ୍ୟସ୍ତ କରାଯାଇଛି। ପୁରୀ ଜିଲାର କାକଟପୁରରେ ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା’ ମଙ୍ଗଳାଙ୍କ ପୀଠର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସଂପର୍କ ରହିଛି। ନବକଳେବର ସମୟରେଦଇତାପତି ସେବକମାନେ ମା’ଙ୍କ ଆଜ୍ଞାକ୍ରମେ ଏଠାରୁ ହିଁ ଦାରୁ ସନ୍ଧାନରେ ଯାଇଥାନ୍ତି। ଚୈତ୍ର ମାସରେ ଝାମୁ ଯାତ୍ରା ମା’ଙ୍କ ପ୍ରସିଦ୍ଧ ପର୍ବ।  ଏହାସହିତ ସେବାୟତ ଭବନ, ଭୋଗ ଦୋକାନ ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ। ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ବ ରାସ୍ତାରେ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ। ଯାତ୍ରୀଙ୍କ ସୁବିଧାପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲ୍ୟାଣ୍ଡସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଂସ୍ଥଳର ମଧ୍ୟ ବିକାଶ କରାଯିବ। ଓଡ଼ିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବ। ପୁରୀ ଜିଲାର କାକଟପୁରରେ ବିରାଜିତ ମା’ ମଙ୍ଗଳା ଲକ୍ଷ ଲକ୍ଷ ଭକ୍ତଙ୍କ ଆସ୍ଥା ଓ ବିଶ୍ୱାସର ପ୍ରତୀକ। ପଞ୍ଚଦଶ ଶତାବ୍ଦୀରେ ନିର୍ମିତ ମା’ ମାଙ୍ଗଳାଙ୍କ ପୀଠର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସହ ଘନିଷ୍ଠ ସମ୍ପର୍କ ରହିଛି। ନବକଳେବର ସମୟରେ ଦଇତାପତି ସେବକମାନେ ମା’ଙ୍କ ଆଜ୍ଞାକ୍ରମେ ଏହିଠାରୁ ହିଁ ଦାରୁ ସନ୍ଧାନରେ ଯାଇଥା’ନ୍ତି। ଚୈତ୍ର ମାସରେ ଝାମୁଯାତ୍ରା ମା’ଙ୍କ ପ୍ରସିଦ୍ଧ ପର୍ବ। ୫-ଟି ଉପକ୍ରମରେ ଏହି ପ୍ରାଚୀନ ଶକ୍ତିପୀଠର ବିକାଶ ନିମନ୍ତେ ପ୍ରସ୍ତୁତ ମାଷ୍ଟର ପ୍ଲାନ୍‌ରେ ମନ୍ଦିରରେ ଖଣ୍ଡୋଲାଇଟ୍‌ ପଥର ବିଛାଯିବା ସହିତ ମନ୍ଦିରର ରୋଷଘର ଓ ଜଳ ନିଷ୍କାସନ ବ୍ୟବସ୍ଥାର ସଂସ୍କାର କରାଯିବ। ଏଥିସହିତ ସେବାୟତ ଭବନ, ଭୋଗ ଦୋକାନ, ପ୍ରାଚୀ ନଦୀ କୂଳରେ ମୁଣ୍ଡନ କିଓସ୍କ, ଚନ୍ଦନଘାଟର ବିକାଶ, ଗୋଷ୍ଠୀ ଶୌଚାଳୟ ଆଦିର ବିକାଶ କରାଯିବ। ପୀଠକୁ ଅଧିକ ଆକର୍ଷଣୀୟ କରାଯିବା ପାଇଁ କୋଣାର୍କ ପାର୍ଶ୍ୱ ରାସ୍ତାରେ ଐତିହ୍ୟ ଦ୍ୱାର ନିର୍ମାଣ କରାଯିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନେବା ସହିତ ଆଲୋକୀକରଣ, ଲ୍ୟାଣ୍ଡସ୍କେପିଂ ଓ ବୃକ୍ଷରୋପଣ କରାଯିବା ସହିତ ପାର୍କିଂ ସ୍ଥଳର ମଧ୍ୟ ବିକାଶ କରାଯିବ। ଓଡ଼ିଶା ସେତୁ ନିର୍ମାଣ ନିଗମ ୧୨ ମାସ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବ।
ସେହିପରି ଖୋର୍ଦ୍ଧା ଜିଲା ବାଣପୁରର ମା’ ଭବବତୀଙ୍କ ପୀଠକୁ ପ୍ରତିଦିନ ହଜାର ହଜାର ଭକ୍ତ ମା’ଙ୍କ ଦର୍ଶନ ଓ ପୂଜା ପାଇଁ ଆସିଥା’ନ୍ତି। ମା’ଙ୍କ ପୀଠରେ ଦଶହରା ପର୍ବ ବିପୁଳ ଉତ୍ସାହ ମଧ୍ୟରେ ପାଳନ କରାଯାଇଥାଏ। ନବମ ଶତାବ୍ଦୀରେ ନିର୍ମିତ ମା’ଙ୍କ ମନ୍ଦିରର ବିକାଶ ପାଇଁ ୫-ଟି ଉପକ୍ରମରେ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରାଯାଇଛି। ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ଯାତ୍ରା ପଡ଼ିଆ, ଯାତ୍ରୀ ସୁବିଧାର ବିକାଶ ପାଇଁ ଏଥିରେ ସ୍ବତନ୍ତ୍ର ଫୋକସ୍‌ ରଖାଯାଇଛି। ଏଥିସହିତ ବହୁମୁଖୀ ହଲ୍‌, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଓଡ଼ିଶା ସେତୁ ନିର୍ମାଣ ନିଗମ ୨୪ ମାସ ମଧ୍ୟରେ ଏହି କାର୍ଯ୍ୟ ସମ୍ପାଦନ କରିବ।
ଖୋର୍ଦ୍ଧା ଜିଲାର ଅନ୍ୟତମ ଶକ୍ତିପୀଠ ହେଉଛି ଭୂଷଣ୍ଡପୁରର ମା’ଉଗ୍ରତାରାଙ୍କ ପୀଠ। ୧୩୫୨ ଖ୍ରୀଷ୍ଟାବ୍ଦରେ ନିର୍ମିତ ମା’ଙ୍କ ପୀଠ ଭକ୍ତମାନଙ୍କ ବିଶ୍ୱାସର କେନ୍ଦ୍ର ହୋଇ ରହି ଆସିଛି । ଏହି ପୀଠର ବିକାଶ ପାଇଁ ପ୍ରସ୍ତୁତ ଯୋଜନାରେ ମନ୍ଦିରର ବିକାଶ ସହ ଆରାଇଭାଲ ପ୍ଲାଜା, ଯାତ୍ରୀଙ୍କ ସୁବିଧା, ପାର୍କିଂ ଲ୍ୟାଣ୍ଡସ୍କେପିଂ, ପିକ୍‌ନିକ୍‌ ସ୍ପଟ୍‌, ଯାତ୍ରା ପଡ଼ିଆ ସହିତ ପୋଖରୀର ମଧ୍ୟ ପୁନରୁଦ୍ଧାର କରାଯିବ । ଓଡ଼ିଶା ସେତୁ ନିର୍ମାଣ ନିଗମ ଦ୍ୱାରା ୧୮ ମାସ ମଧ୍ୟରେ ଏହାର କାମ ଶେଷ କରାଯିବ। ଏହି ୩ଟି ପୀଠର ବିକାଶ ଯୋଜନାକୁ ଅନୁମୋଦନ କରିବା ସହ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେବାୟତମାନଙ୍କ ସହ ମଧ୍ୟ ଆଲୋଚନା କରି ଯୋଜନା ସମ୍ପର୍କରେ ସେମାନଙ୍କ ମତାମତ ନେଇଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!