ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୫୬ତମ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ମାଇକ୍ରୋବ୍ଲଗିଂ ସାଇଟ୍ ଟ୍ୱିଟରରେ ଲେଖିଛନ୍ତି ଯେ ଆମର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଜୀଙ୍କୁ ତାଙ୍କ ମୃତ୍ୟୁ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି।ନେହେରୁ ବ୍ରିଟିଶ ଶାସନ ବିରୋଧରେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ପ୍ରତିଷ୍ଠିତ ନେତା ଭାବରେ ଉଭା ହୋଇଥିଲେ। ସେ ୧୯୪୭ ମସିହାରେ ଏକ ସ୍ୱାଧୀନ ରାଷ୍ଟ୍ର ଭାବରେ ଭାରତର ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୧୯୬୪ ମସିହା ଆଜିର ଦିନରେ ତାଙ୍କର ନିଧନ ହୋଇଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |