ନ୍ୟୁଜିଲାଣ୍ଡକୁ ୩୮୬ ରନର ଟାର୍ଗେଟ୍ ଦେଲା ଭାରତ

ନୂଆଦିଲ୍ଲୀ,୨୪।୧ : ୩ୟ ଦିନିକିଆରେ ନ୍ୟୁଜିଲାଣ୍ଡ ଆଗରେ  ୩୮୬ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ । ଆଜି ଭାରତ-ନ୍ୟୁଜିଲାଣ୍ଡ ତୃତୀୟ ଦିନିକିଆ ମ୍ୟାଚ । ଏହି ମ୍ୟାଚରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି । ଭାରତ ପକ୍ଷରୁ ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ ଶତକ ହାସଲ କରିଛନ୍ତି । ଆଜିର ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ।ଆଜି ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ୍ ଇନ୍ଦୋରର ହୋଲକର ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି । ଫଳରେ ନ୍ୟୁଜଲ୍ୟାଣ୍ଡ ଟସ୍ ଜିତି ବୋଲିଙ୍ଗ କରିବାର ନିଷ୍ପତ୍ତି ନେଇଥିବା ବେଳେ ଭାରତ ପ୍ରଥମେ ବ୍ୟାଟିଂ କରିଛି । ତେବେ ଭାରତ ୫୦ ଓଭରରେ ୩୮୫ ରନ୍ ହାସଲ କରିଛି । ଏହି ମ୍ୟାଚରେ ପ୍ରଥମେ କ୍ୟାପଟେନ୍ ରୋହିତ ଶର୍ମା ଏବଂ ଶୁଭମାନ ଗିଲ ଓପନିଙ୍ଗ କରିଥିଲେ । ଯେଉଁଥିରେ ରୋହିତ ୮୫ ବଲରେ ୧୦୧ ରନ୍ କରି ଏମ୍ ବ୍ରେଶୱେଲଙ୍କ ବଲରେ ଆଉଟ ହୋଇଥିବା ବେଳେ ଶୁଭମାନ ଗିଲ୍ ୧୧୨ ରନ୍ କରି ଆଉଟ୍ ହୋଇଥିଲେ । ତେବେ ୫୦ ଓଭରରରେ ଭାରତ ୯ ୱିକେଟ ହରାଇ ୩୮୫ ରନ୍ କରି ନ୍ୟୁଜିଲାଣ୍ଡକୁ ଏକ ବଡ ଟାର୍ଗେଟ୍ ଦେଇଛି । ପ୍ରଥମେ ବ୍ୟାଟିଂ କରି ଭାରତର ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ ବିସ୍ଫୋରକ ଶତକ ହାସଲ କରିଥିଲେ ଓ ଭାରତ ପାଇଁ ବିଶାଳ ସ୍କୋର କରିବାରେ ଯୋଗଦାନ ଦେଇଥିଲେ । ତେବେ ଦୁଇ ଓପନର ଆଉଟ ହେବା ପରେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିପାରିନଥିଲେ । ବିରାଟ କୋହଲି ୩୬ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୫୪ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୮୫ ରନ କରିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: