ପଞ୍ଚଭୂତରେ ଲୀନ ହେଲେ କମଳ ଦେଶ ରାଜକୁମାର….

ପୁରୀ,୧୮/୦୪:ସଂଗୀତ ନିର୍ଦେଶକ ପ୍ରଫୁଲ୍ଲ କରଙ୍କ ପାର୍ଥୀବ ଶରୀର ପଞ୍ଚଭୂତରେ ଲୀନ ହୋଇଛି। ଭୁବନେଶ୍ବରରୁ ମରଶରୀର ଆସି ପୁର‌ୀରେ ପହଞ୍ଚିବା ପରେ ବଡ଼ଦାଣ୍ଡ ଦେଇ ତାଙ୍କର ମରଶରୀରକୁ ଶୋଭାଯାତ୍ରାରେ ସ୍ବର୍ଗଦ୍ବାର ନିଆଯାଇଥିଲା। ସୋମବାର ଅପରାହ୍‌ଣ ପ୍ରାୟ ୪ଟା ୫୦ ସମୟରେ ସେଠାରେ ପ୍ରଫୁଲ୍ଲ କରଙ୍କ ଅନ୍ତିମ ସଂସ୍କାର ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ସଂପନ୍ନ ହୋଇଛି।  ବଡ଼ପୁଅ ମହାଦୀପ କର ମୁଖାଗ୍ନି ଦେଇଛନ୍ତି। । ଜିଲ୍ଲା ପ୍ରଶାସନ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସ ବର୍ମା, ପଞ୍ଚାୟତି ରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ସ୍ବର୍ଗଦ୍ବାର ଠାରେ ପଦ୍ମଶ୍ରୀ କରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡଙ୍ଗୀ, ପୂର୍ବତନ ସାଂସଦ ଶ୍ରୀ ତଥାଗତ ଶତପଥି ପ୍ରମୁଖ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ ପ୍ରମୁଖ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ।  । ସାନ ପୁଅ ଶ୍ରୀ ମହାପ୍ରସାଦ କର, କନ୍ୟା ସନ୍ଧ୍ୟାଦୀପ କର, ପୁତ୍ରବଧୁ, ନାତି ନାତୁଣୀ, ସଙ୍ଗୀତ ପ୍ରେମୀ, ବିଶିଷ୍ଟ ବ୍ୟକ୍ତି ବିଶେଷ, ବୁଦ୍ଧିଜିବୀ, ସାଧାରଣ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: