ନୂଆଦିଲ୍ଲୀ,୧୮ ।୩: ଲୋକପ୍ରିୟ ସିରିଏଲ ରାମାୟଣରେ ‘ରାମ’ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅରୁଣ ଗୋଭିଲ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ନୂଆଦିଲ୍ଲୀଠାରେ ଥିବା ବିଜେପି କାର୍ଯ୍ୟାଳୟଠାରେ ସେ ଦଳରେ ଯୋଗଦାନ କରିଛନ୍ତି । ବିଜେପି ମହାସଚିବ ଅରୁଣ ସିଂ ଓ ଅନ୍ୟ କେତେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଛନ୍ତି ଲୋକପ୍ରିୟ ଅଭିନେତା ଅରୁଣ ଗୋଭିଲ୍।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |