ବରଗଡ଼, ୨୭।୦୩ : ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍ଙ୍କ ପରଲୋକ । ହୃଦଘାତରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠ୍ଙ୍କ ହୃଦଘାତରେ ପରଲୋକ ହୋଇଛି । ଏକ ଘରୋଇ ହସିଂହୋମରେ ତାଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ମୃତ୍ୟୁର ଖବର ଶୁଣି ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ରିପୁନାଥ ରବିବାର ଦିନ ନିଜ ବରପାଲି ସ୍ଥିତ ବାସଭବନରେ ଥିବା ସମୟରେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଏହାପରେ ତାଙ୍କୁ ତୁରନ୍ତ ନିକଟସ୍ଥ ଏକ ଘରୋଇ ନର୍ସିଂ ହୋମକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରୁଛନ୍ତି। ଗତ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିପକ୍ଷରେ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ହୋଇଥିଲେ। ଶନିବାର ସେ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ। ପରେ ତାଙ୍କୁ ବରପାଲିର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କର ଦୁଇ ପୁଅ ଓ ବିଧବା ପତ୍ନୀ ଅଛନ୍ତି। ରିପୁନାଥ ସେଠଙ୍କ ଦେହାନ୍ତରେ ବରଗଡ଼ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |