ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ମୟୂରଭଞ୍ଜ,୦୧/୧୧:  ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ ।  ଏଥି ନିମନ୍ତେ ପର୍ଯ୍ୟଟକମାନଙ୍କୁ ୱେବସାଇଟ www.ecotourodisha.comରେ ଅଗ୍ରୀମ ଆରକ୍ଷଣ କରାଇବାକୁ ପଡ଼ିବ । ଦୀର୍ଘଦିନ ପରେ ଶିମିଳିପାଳ ଖୋଲିଥିବାରୁ ଏଥିପାଇଁ ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ପର୍ଯ୍ୟଟକମାନେ ଏହି ଉଦ୍ୟାନର ଇକୋ କଟେଜକୁ ଉପଭୋଗ କରିବେ । ସେଥିରେ ସଜେଇ ହୋଇ ରହିଥିବା ଘଞ୍ଚ ଜଙ୍ଗ, ଉଚ୍ଚ ପର୍ବତ ଓ ପର୍ବତ ଶିଖରରୁ ତଳକୁ ବୋହି ଆସୁଥିବା ଜଳପ୍ରପାତର ମଜା ଉଠାଇବେ ପର୍ଯ୍ୟଟକମାନେ । ଅଭୟାରଣ୍ୟକୁ ପ୍ରବେଶ ସମୟରେ ପର୍ଯ୍ୟଟକମାନେ ପ୍ରତ୍ୟେକ ଯାନରେ ଜଣେ ଲେଖାଏଁ ଗାଇଡ଼କୁ ସାଥୀରେ ନେବା ବାଧ୍ୟତା ମୂଳକ । ପର୍ଯ୍ୟଟକଙ୍କ ଗାଡ଼ିଗୁଡ଼ିକୁ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପ୍ରବେଶ ପାଇଁ ଅନୁମତି ମିଳିବ । ବାରିପଦାରୁ ଲୁଲୁଙ୍ଗ ପଟୁ ୨୫ଟି ଗାଡ଼କୁ ପ୍ରବେଶ ଅନୁମତି ରହିଥିବା ବେଳେ ଯଶିପୁର କାଳିଆଣି ଗେଟ ଦେଇ ଦୈନିକ ୩୫ଟି ଗାଡ଼ିକୁ ପ୍ରବେଶ ଅନୁମତି ଦିଆଯିବ । ରାମତୀର୍ଥ, କୁମାରୀ, ଗୁରୁଗୁଡ଼ିଆ, ବରେହିପାଣି ଓ ଜାମୁଆଣି ଠାରେ ଇକୋ କଟେଜର ମଜା ଉଠାଇବା ପାଇଁ ଯାତ୍ରୀମାନେ ପୂର୍ବରୁ ଅନଲାଇନରେ ଲଗ୍ ଇନ୍ କରି ବୁକିଂ କରିବାକୁ ପଡ଼ିବ । ଅଭୟାରଣ୍ୟକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ଲକ୍ଷ ନେଇ ପର୍ଯ୍ୟଟକମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥୀରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଆଦି ନେବା ଉପରେ କଟକଣା ଜାରି କରାଯାଇଅଛି । ସେହି ପରି ପ୍ରବେଶ ଓ ପ୍ରସ୍ଥାନ ବେଳେ ଫାଟକରେ ସେମାନଙ୍କର ଯାନ, ଜିନିଷପତ୍ର ସହିତ ସେମାନଙ୍କୁ ଯାଞ୍ଚ କରାଯିବ ।  ଅପରାହ୍ନ ୩ଟା ପୂର୍ବରୁ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ ଏବଂ ୪ଟା ପୂର୍ବରୁ ଚହଲା ଛାଡ଼ିବାକୁ ହେବ । ପର୍ଯ୍ୟଟକମାନେ ଅଭୟାରଣ୍ୟ ମଧ୍ୟରୁ ସେମାନଙ୍କର ପ୍ରସ୍ଥାନ ସମୟ ଏପରି ସ୍ଥିର କରିବେ ଯେପରି ଅପରାହ୍ନ ୫ଟା ମଧ୍ୟରେ ପିଠାବଟା, ତୁଳସୀବଣି ଓ କାଳିଆଣି ତନଖି ଫାଟକକୁ ଅତିକ୍ରମ କରିପାରିବେ ।

similipal eco cottage mayurbhanj resorts 1d05ft2dn2

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: