ପଶ୍ଚିମା ଝଡ଼ର ପ୍ରଭାବ: ଆଜି ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦।୩:ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ପବନ ଲାଗି ରହିଛି । ଏଥିରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ଘଟିଛି । । ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କି.ମି. ପବନ ବହିବା ସମ୍ଭାବନା ରହିଛି।ଆଜି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ସେହିପରି ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୨୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!