ପାରାଦୀପରୁ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ୟାସ

ଭୁବନେଶ୍ୱର,୨୩ ।୫ ଓଡିଶାର ପାରାଦୀପରୁ ପଶ୍ଚିମବଙ୍ଗର ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା ୟାସ । ଆଇଏଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି ।ୱେଲାମାକଡ ଲୋ-ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇ ଆସନ୍ତା କାଲି ବାତ୍ୟାର ରୂପ ନେବ । ୨୪ ତାରିଖରେ ଏହା ବାତ୍ୟାର ରୂପ ନେବା ପରେ ଉତ୍ତର ଓ ଉତ୍ତର -ପଶ୍ଚିମ ଦିଗରେ ଗତି କରିବ । ଏହା ପରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ୨୫ ତାରିଖରୁ ବାତ୍ୟା ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହେବ । ବାଲେଶ୍ୱର, ଭଦକ୍ର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଦା , ପୁରୀ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ତାରିଖରେ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖ ସକାଳେ ଉତ୍ତର ଉପକୂଳ ଓଡିଶା ଓ ପଶ୍ଚିମବଙ୍ଗ ନିକଟରେ ବାତ୍ୟା ଥିବ । ଏପରିକି ୨୦ ସେଣ୍ଟିମିଟର ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: