ପୁରୀ,୨୩।୪: ପୁରୀରେ ପୁଣି ବୋମାମାଡ଼। ପୁରୀ କୁମ୍ଭାରପଡା ନିକଟରେ ବୋମାମାଡ ହୋଇଛି। କାଶୀନାଥ ମହାରଣା ଘର ଉପରକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଛନ୍ତି। ୩ ଥର ବୋମାମାଡ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି । ଖବର ପାଇ ଘଟଣାସ୍ଥଳରେ କୁମ୍ଭାରପଡା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ତେବେ କେଉଁ କାରଣକୁ ନେଇ ଦୁର୍ବୃତ୍ତମାନେ ବୋମାମାଡ ତାହା ଜଣାପଡି ନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |