ପୁରୀ ଗସ୍ତରେ ୫ଟି ସଚିବ ,ଶ୍ରୀଜଗନ୍ନାଥଙ୍କୁ କଲେ ଦର୍ଶନ

ପୁରୀ ୧୪।୦୫ : ପୁରୀ ରେ  ମହାପ୍ରଭୁଙ୍କ ଦର୍ଶନ ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କଲେ ୫ଟି ସଚିବ ଭି.କେ ପାଣ୍ଡିଆନ୍‌ । ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଥିଲେ । ଶନିବାର ଦିନ ସକାଳ ସମୟରେ ରାଜ୍ୟ ସରକାରଙ୍କ ୫ଟି ସଚିବ ଭି.କେ ପାଣ୍ଡିଆନ୍‌ ପୁରୀ ଗସ୍ତର ଆସିଛନ୍ତି । ଏହି ଗସ୍ତ ଅବସରରେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ଏହାପରେ ବ୍ୟାଟେରୀ ଗାଡିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି । ଏପିରିକି ୩ ଟି ଦ୍ୱାରରେ ଚାଲିଥିବା କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: