ପୁରୀ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ପୁରୀ ,୨୭/୦୬: ପୁରୀ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ  ଅନୁଷ୍ଠିତ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ରଥଯାତ୍ରାକୁ ସୂଚାର ରୂପେ ସମ୍ପର୍ଣ୍ଣ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମସ୍ତ ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଥିଲେ ମନ୍ତ୍ରୀ। ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଏହାକୁ ଲକ୍ଷ୍ୟ ରଖି ପୁରୀ ମେଡ଼ିକାଲରେ ୫୦ଟି ଅତିରିକ୍ତ ବେଡ଼ ସମେତ ସ୍ୱତନ୍ତ୍ର ଓଟି, ମେଡ଼ିସିନ ଓ ଅନ୍ୟାନ୍ୟ ସାମଗ୍ରୀ ମହଜୁଦ ରଖାଯାଇଛି। ସେହିପରି ଆମ୍ବୁଲାନ୍ସ ସମେତ ସ୍ବେଚ୍ଛାସେବୀ ଓ ମେଡିକାଲ ଅଧିକାରୀ ୨୪ ଘଣ୍ଟା ସେବା ଯୋଗାଇବା ଉପରେ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମୁତାବକ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ରଥଯାତ୍ରା ଦିନ ୧୦ଲକ୍ଷ ମାସ୍କ ବଣ୍ଟନ କରାଯିବ। ଏହାସହ ଆଇସିୟୁ ମଧ୍ୟ ପ୍ରସ୍ତୁତ ରହିବ। କୋଭିଡ଼ ସଂକ୍ରମଣକୁ ନେଇ ସ୍ୱତନ୍ତ୍ର ପଦକ୍ଷେପ ନିଆଯାଇଥିବା ବେଳେ ଭକ୍ତ ମାନଙ୍କ ସ୍ୱାସ୍ଥ୍ୟ ସୁବିଧା ଉପରେ ବିଶେଷ ଧ୍ୟାନ ଦିଆଯାଇଥିବା କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ।‌ଏନେଇ ପୁଲିସ୍ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି ବୋଲି ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ମତବ୍ୟକ୍ତ କରିଛନ୍ତି । ସୋମବାର ପୂର୍ବାହ୍ନରେ ପୁରୀସ୍ଥିତ ଟାଉନହଲ ପରିସରରେ ଡିଜିପି ଶ୍ରୀ ବଂସଲଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ଉପଯୁକ୍ତ ସେବା ଓ ସୁରକ୍ଷା ଉପରେ ପ୍ରାଧାନ୍ୟ ଦିଆଯିବ ବୋଲି ଡିଜିପି ଶ୍ରୀ ବଂସଲ ଗୁରୁତ୍ୱାରୋପ କରିଛନ୍ତି । ଏହାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ରଥଯାତ୍ରାର ସୁପରିଚାଳନା ନିମନ୍ତେ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।ରଥଯାତ୍ରା ଡ୍ୟୁଟିରେ ଅଭିଜ୍ଞତା ସମ୍ପନ୍ନ ପୁଲିସ୍ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଶ୍ରୀଜଗନ୍ନାଥ ମନ୍ଦିର,ଶ୍ରୀଗୁଣ୍ଡିଚା ମନ୍ଦିର ଏବଂ ତିନି ରଥ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ଅଘଟଣ ମୁକ୍ତ ରଥଟଣା ଏବଂ ରଥଯାତ୍ରା ପରିଚାଳନା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଛି ବୋଲି ଡିଜିପି କହିଛନ୍ତି । ରଥଯାତ୍ରା ନିମନ୍ତେ ୧୮୦ ପ୍ଲାଟୁନ୍ ଫୋର୍ସ, ୧୮ଜଣ ଏସପି ରାଙ୍କର ଅଧିକାରୀ, ୩୩ ଜଣ ଅତିରିକ୍ତ ଏସପି, ୭୪ ଜଣ ଏସପି, ୧୩୬ ଇନ୍ସପେକ୍ଟର, ୭୨୧ଏସ୍ଆଇ/ଏଏସ୍ଆଇ,୧୦୭ ହାବିଲଦାର, ୬୭୩ କନେଷ୍ଟବଳ, ୨୦୦୮ ହୋମଗାର୍ଡ ନିୟୋଜିତ କରାଯିବା ବୋଲି ଜଣାପଡିଛି । ଆଇଜି (ଅପରେସନ୍) ଅମିତାଭ ଠାକୁର କହିଥିଲେ ଯେ, ପୁରୀ ସହରରେ ଟ୍ରାଫିକ୍ ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରିବାକୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ଟ୍ରାଫିକ୍ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପୁରୀ ସହରକୁ ମୋଟ ୧୦ଟି ଜୋନ୍ ଓ ୨୯ଟି ସେକ୍ଟରରେ ଭାଗ କରାଯାଇଛି । ଏହାସହ ଦୁଇ ଚକିଆ, ଚାରି ଚକିଆ ଯାନ ପାର୍କିଂ ନିମନ୍ତେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମତବ୍ୟକ୍ତ କରିଥିଲେ । ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ସଞ୍ଜୀବ ପଣ୍ଡା ରଥଯାତ୍ରା ସମୟରେ କର୍ତବ୍ୟନିଷ୍ଠ ତଥା ଦାୟିତ୍ୱସମ୍ପନ୍ନ ହୋଇ କାର୍ଯ୍ୟ ତୁଲାଇବାକୁ ଉପସ୍ଥିତ ପୁଲିସ୍ ଅଧିକାରୀ/କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ ।କୌଣସି ଅଘଟଣକୁ ଏଡାଇବା ପାଇଁ ବମ ଡିସ୍ପୋଜାଲ୍ ସ୍କ୍ୱାଡ୍, ପୁରୀର ପ୍ରବେଶ ପଥରେ ଆଣ୍ଟି ଟେରୋରିଷ୍ଟ ସ୍କ୍ୱାଡ୍, ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ଭଳି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ମତବ୍ୟକ୍ତ କରିଥିଲେ ।

2 3

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: