ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡ଼ା,୨/୪: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ତେବେ ଡ୍ରାଇଭର ବର୍ଦ୍ଧନ ଟପୋଙ୍କୁ ନର୍ଦ୍ଦୋଷରେ ଖଲାସ କରିଥିବା ଜଣାଯାଇଛି। ରାୟଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ ଅଦାଲତରେ ଅନୁପ ସାଏଙ୍କ ନାମରେ ଥିବା ମାମଲାର ରାୟ ପ୍ରକାଶ ପାଇଛି। ଏହି ରାୟ ତାଙ୍କ ସପକ୍ଷରେ ଯିବ ନା ଦୋଷୀ ସାବ୍ୟସ୍ତ ହେବେ ସେ ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏବେ ଅନୁପ ହାଇକୋର୍ଟର ଦ୍ବାରସ୍ଥ ହେବେ ବୋଲି ଶୁଣିବାକୁ ମିଳୁଛି। ଛତିଶଗଡ଼ର ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅଞ୍ଚଳରେ ହୋଇଥିବା ଏହି ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଗତ ଫେବ୍ରୁଆରି ୨୦୨୦ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!