ସୋନପୁର ୧୭।୧୦ : ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ ଘଟିଛି। ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ରଙ୍କ ଉପରକୁ ଗୁଳିମାଡ଼ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବୀରମହାରାଜପୁର ପୋଲିସର ତଦନ୍ତ ଆରମ୍ଭ । ଖବର ଅନୁଯାୟୀ, ବିଳମ୍ବିତ ରାତିରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବା ବେଳେ ବାଘରତୈଲା ଗାଁର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି ଚଳାଇଥିଲେ । ପଞ୍ଚାନନଙ୍କ ମୁଣ୍ଡ ଓ ପିଠିରେ ୨ଟି ଗୁଳି ରହିଯାଇଥିଲା । ଯାହାଫଳରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଦେହରୁ ୨ଟି ଗୁଳି କଢାଯାଇଥିଲା । କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ବଡ ମେଡିକାଲକୁ ସ୍ତାନାନ୍ତର କରାଯାଇଛି । ବୀରମହାରାଜପୁର ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଜାରି ରଖିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |