ଭୁବନେଶ୍ୱର ,୭/୧୦: ରାଜଧାନୀର ରାଜଭବନ ନିକଟସ୍ଥ ଏକ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟିଛି । ବିସ୍ଫୋରଣ ପରେ ପେଟ୍ରୋଲ ପମ୍ପରେ ନିଆଁ ଲାଗିଛି । ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଲିଭାଇବାକୁ ଉଦ୍ୟମ କରୁଛନ୍ତି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଆଖ ପାଖ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉକ୍ତ ଅଞ୍ଚଳକୁ କର୍ଡନ କରି ରଖିଛି । ବିସ୍ଫୋରଣରେ ଅନେକ ଗାଡ଼ି ଛିନଛତ୍ର ହୋଇ ପଡ଼ିଥିବା ଦେଖିବାକୁ ମିଳିଛି । ପେଟ୍ରୋଲ ପମ୍ପର ୧ କିମି ପରିଧି ଭିତରେ ଭୂକମ୍ପ ଭଳି ଝଟକା ଲାଗିଥିଲା । ରାଜଭବନ ଛକରୁ କ୍ୟାପିଟାଲ ହସ୍ପିଟାଲ ରାସ୍ତାକୁ ପୁଲିସ ସିଲ କରିଛି । ଘଟଣାସ୍ଥଳରେ ପୁଲିସ କମିଶନର ଓ ଡିସିପି ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛନ୍ତି । ପ୍ରତ୍ୟକ୍ଷ ଦର୍ଶୀଙ୍କ କହିବା ଅନୁଯାୟୀ ପ୍ରଥମେ ପ୍ରଚଣ୍ଡ ବିସ୍ଫୋରଣ ଶବ୍ଦ ହେଲା । ଏତେ ଜୋରରେ ଶବ୍ଦ ହେଲା ଯେ, ଭୂମିକମ୍ପ ଭଲି ଲାଗିଲା । ପ୍ରଚଣ୍ଡ ଶବ୍ଦ ଯୋଗୁଁ ଲୋକେ ଭୟଭୀତ ହୋଇପଡିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |