ପୌର ନିର୍ବାଚନରେ ବିପୁଳ ବିଜୟ ପରେ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬/୦୩: ପୌର ନିର୍ବାଚନରେ ବିଜେଡ଼ିକୁ ବିପୁଳ ଜନସମର୍ଥନ ମିଳିଛି | ରାଜ୍ୟର ୯୦ ପ୍ରତିଶତରୁ ଅଧିକ ପୌରାଞ୍ଚଳରେ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି | ୧୦୮ଟି ପୌରାଞ୍ଚଳରୁ ୭୬ଟି ପୌରାଞ୍ଚଳରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି | ଦଳ ୭୩ଟି ପୌରାଧ୍ୟକ୍ଷ ପଦ ହାସଲ କରିଥିବା ବେଳେ ୩ ମହାନଗର ନିଗମ ମେୟର ପଦ ମଧ୍ୟ ବିଜେଡି ହାତକୁ ଯାଇଛି।ପୌର ନିର୍ବାଚନରେ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଓଡ଼ିଶା ବାସୀଙ୍କ ଆଶୀର୍ବାଦ ଓ ଅଗଣିତ କର୍ମୀଙ୍କ ସମର୍ପିତ ଉଦ୍ୟମ ବଳରେ ଏହା ସମ୍ଭବ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି । ୱାର୍ଡ ସ୍ତରରୁ ଲୋକଙ୍କ ଭଲପାଇବା ତୃଣମୂଳସ୍ତରରେ ବିଜେଡିର ଲୋକପ୍ରିୟତାକୁ ପ୍ରମାଣିତ କରୁଛି ବୋଲି ମୁଖ୍ୟମନ୍ତ୍ରୀ  ଟ୍ବିଟ୍ କରିଛନ୍ତି।ସମସ୍ତେ ରାଜ୍ୟର ବିକାଶଧାରାରେ ସାମିଲ ହୁଅନ୍ତୁ ଏବଂ ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ଆଗକୁ ବଢ଼ିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: