କେନ୍ଦୁଝର, ୨୩/୧୧ : ପ୍ରଚଣ୍ଡ ଶବ୍ଦରେ ଥରିଲା ଓଡ଼ିଶାର ୩ ଜିଲ୍ଲା। ଆଜି ଭଦ୍ରକ, ଯାଜପୁର ଓ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳରେ ପ୍ରଚଣ୍ଡ ଶବ୍ଦ ଶୁଣିବାକୁ ମିଳିଛି। ବଡ଼ ବୋମା ଭଳି ପ୍ରଚଣ୍ଡ ବିସ୍ଫୋରଣ ଶବ୍ଦରେ ସମଗ୍ର ଅଞ୍ଚଳ ପୁରା ଥଣି ଉଠିଥିଲା।ହଠାତ୍ ଭୟଙ୍କର ଶବ୍ଦ ଶୁଣି ଲୋକମାନେ ଭୟରେ ଘର ବାହାରକୁ ଚାଲି ଆସିଥିଲେ। ତେବେ କେଉଁ କାରଣରୁ ଏଭଳି ଶବ୍ଦ ହେଲା ତା’ର କାରଣ ଜଣାପଡ଼ିନି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |