ନୂଆଦିଲ୍ଲୀ,୫।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିଛନ୍ତି। ଟିଏମସି ସୁପ୍ରିମୋ ସଂପ୍ରତି ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଆସିଛନ୍ତି। ଚଳିତ ମାସ ୭ ତାରିଖରେ ହେବାକୁ ଥିବା ନୀତି ଆୟୋଗ ବୈଠକରେ ସେ ଯୋଗଦେବାର ସମ୍ଭାବନା ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ଅଧ୍ୟକ୍ଷତା କରିବେ। ଗତବର୍ଷ ସୁଶ୍ରୀ ମମତା ଏହି ବୈଠକରେ ଯୋଗ ଦେଇନଥିଲେ।ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସମୟରେ ସେ ଜିଏସଟି ବକେୟା ପ୍ରସଙ୍ଗ ଉଠାଇବା ସହ କେନ୍ଦ୍ର ଶୀଘ୍ର ପୈଠ କରୁ ବୋଲି ଦାବି କରିଛନ୍ତି। ଏହା ବାଦ ଅନେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ପାଖାପାଖି ଏକ ଘଣ୍ଟାରୁ ଅଧିକ ସମୟ ଧରି ଆଲୋଚନା ହୋଇଛି।ବୈଠକ ପରେ ଆଜି ସନ୍ଧ୍ୟାରେ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଦିଲ୍ଲୀ ଗସ୍ତରେ ସେ ନୀତି ଆୟୋଗ ବୈଠକ ଯୋଗ ଦେବେ। ବୈଠକ ଅଗଷ୍ଟ ୭ରେ ହେବାର ସମ୍ଭାବନା ରହିଛି। ଗତ ବର୍ଷ ଆୟୋଜିତ ବୈଠକରେ ମମତା ଭାଗ ନେଇନଥିଲେ। ଚଳିତ ଥର ବୈଠକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |