ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତର ଆଜି ତୃତୀୟ ଦିନ,ଆଜି ୩ଟି ରାଲିରେ ଯୋଗଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧/୧୧:ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତର ତୃତୀୟ ଦିନ ଥିବା ବେଳେ ରାଜ୍ୟ ନେତାମାନଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରଚାର ।ଗୁଜରାଟ ଗସ୍ତରେ ବିଜେପି ପ୍ରାର୍ଥୀଙ୍କୁ ବିଜୟର ମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତକାଲି ବିଭିନ୍ନ ସ୍ଥାନରେ ନିର୍ବାଚନୀ ସଭାରେ ସମ୍ବୋଧନ ଦେଇଥିବା ବେଳେ ଆଜି ୩ଟି ରାଲିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଦିନ ୧୨ଟରେ ସୁରେନ୍ଦ୍ରନଗର, ୨ଟାରେ ଜମ୍ବୁସାର ଓ ଅପରାହ୍ନ ୪ଟାରେ ନବସାରିରେ ରାଲିରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଆଜି ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତର ତୃତୀୟ ଦିନ ଥିବା ବେଳେ ରାଜ୍ୟ ନେତାମାନଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଗତକାଲି ସୋମନାଥଙ୍କ ମନ୍ଦିରରେ ପୂଜାର୍ଚନା ସହ ନିର୍ବାଚନୀ ସଭାରେ ଯୋଗଦେଇ ଦଳୀୟ କର୍ମୀଙ୍କୁ ଉତ୍ସାହିତ କରିଥିଲେ ପ୍ରଧାନମନ୍ତ୍ରୀ । ଭାରତୀୟ ଜନତା ପାର୍ଟି ପାଇଁ ଗୁଜରାଟ ବିକାଶର ଶୀର୍ଷରେ ପହଞ୍ଚି ପାରିଛି ବୋଲି କହିଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: