ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ୭୪ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ

ନୂଆଦିଲ୍ଲୀ,୨୬।୧ :ଜାନୁଆରୀ ୨୬, ସାଧାରଣତନ୍ତ୍ର ଦିବସ। ୧୯୫୦ ମସିହା ଆଜିର ଦିନରେ ଆମ ଦେଶ ମହାନ ଭାରତ ବର୍ଷ ନିଜର ସମ୍ବିଧାନ ପ୍ରଣୟନ କରିଥିଲା। ଏହି ଦିନକୁ ମନେ ପକାଇ ସାରା ଦେଶ ଆଜି ୭୪ ତମ ସାଧାରଣତନ୍ତ୍ର ଦିବସ ପାଳୁଛି।  ଦେଶ   ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜ ଟୁଇଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ଏଥର ଏହି ଉତ୍ସବ ମଧ୍ୟ ବିଶେଷ କାରଣ ଆମେ ସ୍ବାଧୀନତାର ଅମୃତ ମହୋତ୍ସବ ସମୟରେ ଏହାକୁ ପାଳନ କରୁଛୁ। ଦେଶର ମହାନ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଆମେ ମିଳିତ ଭାବରେ ଆଗକୁ ବଢ଼ିବାକୁ ଚାହୁଁଛୁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: