ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ହେଉଛି ୭୦ ତମ ଜନ୍ମଦିନ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ ତମ ଜନ୍ମଦିନ। ଆଜି ପ୍ରଧାନମନ୍ତ୍ରୀ ମୋଦୀ ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ନରେନ୍ଦ୍ର ଦାମୋଦରଦାସ ମୋଦୀ ୧୭ ସେପ୍ଟେମ୍ବର ୧୯୫୦ରେ ମେହେସାଣା ଜିଲ୍ଲାର ବଡ଼ନଗରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିଲା। ଦାମୋଦରଦାସ ମୁଲଚାନ୍ଦ ମୋଦୀ ଓ ତାଙ୍କ ପତ୍ନୀ ହୀରାବେହେନ ମୋଦୀଙ୍କର ଷଷ୍ଠ ସନ୍ତାନ ମଧ୍ୟରେ ସେ ହେଉଛନ୍ତି ତୃତୀୟ ସନ୍ତାନ। ଏହି ଅବସରରେ ତାଙ୍କୁ ଦେଶ ବିଦେଶରୁ ଜଣାଶୁଣା ବ୍ୟକ୍ତିମାନେ ଶୁଭେଚ୍ଛା ଜଣାଇଛନ୍ତି । ମୋଦୀଙ୍କ ଜନ୍ମ ଦିବସ ଅବସରରେ ଦେଶର ବିଭିନ୍ନ ଅଂଚଳରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହି ଅବସରରେ ୧୪ରୁ ୨୦ ସେପେଟମ୍ବରକୁ ସେବା ସପ୍ତାହ ଭାବେ ପାଳନ କରୁଛି ବିଜେପି। ପ୍ରତ୍ୟେକ ଜିଲ୍ଲାରେ ବୁଥ ସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏଥିମଧ୍ୟରେ ରହିଛି ରକ୍ତଦାନ, ପିଲାଙ୍କୁ ପୁସ୍ତକ ବଣ୍ଟନ ଓ ହସପିଟାଲରେ ଫଳ ବଣ୍ଟନ । ଏଥିପାଇଁ ଅଲଗା ଅଲଗା ସେବା କାର୍ଯ୍ୟ ଆୟୋଜ ନକରିବାକୁ ବିଜେପି ସଭାପତି ଜେପି. ନଡ୍ଡା କର୍ମୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!