ପୁରୀ ୨୫।୦୫: ବିଶିଷ୍ଟ ପ୍ରବଚକ ଚାରଣ ରାମଦାସଙ୍କ ପରଲୋକ। କୋଭିଡ୍ରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ। ପୁରୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କ ଦେହାନ୍ତ ଘଟିଛି। ଚାରଣ ରାମଦାସ ଜଣେ ଲୋକପ୍ରିୟ ପ୍ରବଚକ। ରାଜ୍ୟର ବିଭିନ୍ନ ଟେଲିଭିଜନ ଚ୍ୟାନେଲରେ ତାଙ୍କର କଥା ଶୁଣିବାକୁ ଲୋକମାନେ ବେଶ ଆଗ୍ରହ ପ୍ରକାଶ କରିଥାନ୍ତି । ହେଲେ ଆଜି ତାଙ୍କ ଦେହାନ୍ତରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି । କିଛି ଦିନ ପୂର୍ବେ ସେ କରୋନା ସଂକ୍ରମିତ ହୋଇଥିଲେ। ଫୁସଫୁସ୍ ସଂକ୍ରମଣ ହେବାରୁ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡିଥିଲା। ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |