ଭୁବନେଶ୍ୱର : ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହି ରାଜ୍ୟ ଗୁଡ଼ିକ ହେଲା ପୂରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ ନୟାଗଡ଼ । । ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଅଧିକାଂଶ ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି । ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୂଗୁଳ, ଯାଜପୁର, ଭଦ୍ରକ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବା ସହିତ ବିଡିଓ, ତହସିଲଦାର ଏବଂ ଗ୍ରାମ ଉନ୍ନୟନ ବିଭାଗର କର୍ମଚାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଅଯାଇଛି। ଏଥିସସହିତ ବର୍ଷାରେ କ୍ଷତିଗ୍ରସ୍ତ ରାସ୍ତାଘାଟ ମରାମତି ଲାଗି ମଧ୍ୟ ନିର୍ଦ୍ଦେଶ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |