ବନ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ୧୫ ଦିନର ରିଲିଫ୍

ଭୁବନେଶ୍ୱର ୧୮/୦୮: ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ୧୫ ଦିନର ରିଲିଫ୍ ଘୋଷଣା । ରିଲିଫ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଏହି ରିଲିଫ୍‌ ଘୋଷଣା କରିଛନ୍ତି ।  ସାରା ରାଜ୍ୟରେ ବନ୍ୟାସ୍ଥିତି ଗମ୍ଭୀର ହେବାରେ ଲାଗିଛି । ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଛି ଜଳବନ୍ଦୀ ପରିସ୍ଥିତି । ଅନେକ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ବିଶେଷକରି ପୁରୀ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲା ବେଶ ପ୍ରଭାବିତ ହୋଇଛି । ଲୋକେ ବାସହରା ହୋଇ ରାସ୍ତା କଡରେ ଆଶ୍ରୟ ନେଉଛନ୍ତି ।ବନ୍ୟା ଛାଡ଼ିବାର ୭ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶମାର୍ଗରୁ ଖୋର୍ଦ୍ଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଦେଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି.କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ବୁଲି ଦେଖିଛନ୍ତି । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ସମୀକ୍ଷା କରିଛନ୍ତି । ଏହାପରେ ସେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ କରିବେ ଆଲୋଚନା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: