ଭୁବନେଶ୍ୱର , ୧୮/୦୮: ରାଜ୍ୟରେ ବନ୍ୟା ପରିସ୍ଥିତି ଜାରି ରହିଛି, ଯାହାଫଳରେ ଲୋକମାନେ ଗମନାଗମନ ପାଇଁ ଅସୁବିଧା ଭୋଗୁଛନ୍ତି । ଏହାରି ମଧ୍ୟରେ ସାମ୍ନାକୁ ଆସିଛି ଏକ ବଡ଼ ଖବର । ବନ୍ୟା ପାଇଁ ଏଏସଓ ଲିଖିତ ପରିକ୍ଷା ସ୍ଥଗିତ ହୋଇଛି । ଆସନ୍ତା ୨୧ରେ ହେବାକୁ ଥିବା ଏଏସଓ ପରୀକ୍ଷା ସ୍ଥଗିତ ହୋଇଛି ।ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ସ୍ଥିଗତ କରାଯାଇଥିବା କୁହାଯାଉଛି । ଅନ୍ୟାଦେଶ ପର୍ଯ୍ୟନ୍ତ ପରୀକ୍ଷା ସ୍ଥଗିତ ପାଇଁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପରୀକ୍ଷାର ପରିବର୍ତ୍ତିତ କାର୍ଯ୍ୟସୂଚୀ ବିଜ୍ଞପ୍ତି ମାଧ୍ୟମରେ ଜଣାଇଦିଆଯିବ ବୋଲି କୁହାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |