ବର୍ଷେ ପୂରିଲା କରୋନା

ଭୁବନେଶ୍ୱର,୧୫ /୦୩ : ଆଜିକୁ ବର୍ଷେ ପୂରିଲା ଅଦୃଶ୍ୟ ଶତ୍ରୁ ବିରୋଧରେ ଚାଲିଲା ମହାସଂଗ୍ରାମ। ଓଡ଼ିଶାରେ ଏବେ କରୋନା ସ୍ଥିତି ନିୟନ୍ତ୍ରଣରେ ଅଛି । କିନ୍ତୁ, ବିପଦ ଏଯାଏଁ ଟଳିନି । ପୂର୍ବଠାରୁ ସ୍ଥିତି ଏବେ ଭଲ ଅଛି । ଗୋଟିଏ ପଟେ ଟିକାକରଣ ଚାଲିଥିବାବେଳେ ସଂକ୍ରମଣ ହାର ଢେର ତଳକୁ ଖସିଛି । ତେଣୁ ଅନେକ ଲୋକେ ପୂର୍ବଭଳି ସତର୍କ ନ ରହି ଢିଲା ହେଉଥିବା ଲକ୍ଷ୍ୟ କରାଯାଉଛି । ଅନ୍ୟପକ୍ଷେ ମହାରାଷ୍ଟ୍ର ସମେତ କେତେକ ରାଜ୍ୟରେ ଏବେ ପୁଣି ଦ୍ରୁତଗତିରେ କରୋନା ମାଡ଼ି ଚାଲିଛି । କେତେକ ଅଞ୍ଚଳରେ ଲକଡାଉନ ହେଲାଣି । ସେଠାରେ କାମ କରୁଥିବା ପ୍ରବାସୀ ଓଡ଼ିଆ ପୁଣି ଘରମୁହାଁ ହେଲେଣି । ଏହା ଓଡ଼ିଶା ପାଇଁ ସତର୍କଘଣ୍ଟି। ୨୪ ଘଣ୍ଟା ରାଜ୍ୟରେ ୧୩ ଟି ଜିଲ୍ଲାରୁ ୬୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୨୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୨୫୮ ଜଣକୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରୁ ୬୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ରୁ ୧୦ ଜଣ, ଖୋର୍ଦ୍ଧାରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ସୁନ୍ଦରଗଡ଼ରୁ ୭ ଜଣ, ଯାଜପୁରରୁ ୬ ଜଣ, ବାଲେଶ୍ବର ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୪ ଜଣ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମରୁ ୨ ଜଣ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୮ ହଜାର ୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୨୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୬୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୮୬ ଲକ୍ଷ ୪୨ ହଜାର ୧୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: