ବସ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା,ଜଣଙ୍କର ମୃତ୍ୟୁ

ନୟାଗଡ ୯।୯:  ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ବୁଗୁଡା ନିକଟରେ ବସ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି । ମୃତାହତମାନେ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର । ଗୁରୁବାର ଭୋରରୁ ଏହି ଦୁର୍ଘଟଣା ଘଟିଛି ।୩ ଜଣ ଏକ ସ୍କୁଟିରେ ଭୁବନେଶ୍ବରରୁ ବାଲିଗୁଡା ଫେରୁଥିବା ବେଳେ ଖୋର୍ଦ୍ଧା- ବଲାଙ୍ଗୀର ଜାତୀୟ ରାଜପଥର ବୁଗୁଡା ନିକଟରେ ବଲାଙ୍ଗୀର ପଟୁ ଆସୁଥିବା ବେଲୁନ ନାମକ ଏକ ବସ୍ ସହ ମୁହଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ମନୋଜ ନାୟକ । ଆହତ ଆଲୋକ ଶତପଥୀ ଓ ରାଧେଶ୍ୟାମଙ୍କୁ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଲୋକଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଉଛି । ବସ୍ ଡ୍ରାଇଭର୍ ବସ୍ ସହ ଦଶପଲ୍ଲା ଥାନାରେ ଆତ୍ମସମର୍ପଣ କରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: