ଗଞ୍ଜାମ,୧୭/୯(ମନୋଜ ପାତ୍ର) :ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମ ପଞ୍ଚାୟତର ନଗୁଡୁ ଗ୍ରାମରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ଵାରା ଗୁରୁବାର ଦିନ ବାଣାୟତ ଓଡ଼ିଆ ସମାଜ ଗୃହ ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଆମ ଗାଁ ଆମ ବିକାଶ ଯୋଜନା ମାଧ୍ୟମରେ ୩ଲକ୍ଷ ଟଙ୍କା ବ୍ୟୟରେ ଏହି ପଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନ କରାଯିବାକୁ ସ୍ଥିର କରାଯାଇଛି ।ଏହି ଅବସରରେ ଜିଲ୍ଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ଖଦାଳ ଖଟେଇ, ସମିତିସଭ୍ୟାଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ, ନୁଗୁଡୁ ଗ୍ରାମର ବାଣାୟତ ସମାଜ ସଭାପତି ମୋଚିରାମ ପରିଡା,ସମ୍ପାଦକ ରଙ୍କନିଧି ସାହୁ,କେଦାରନାଥ ଖଟେଇ ଓ ଦଣ୍ଡପାଣି ସ୍ୱାଇଁଙ୍କ ସମେତ ଅନ୍ୟ ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |