ବାରବାଟୀରେ ଖେଳାଯିବ ଭାରତ-ୱେଷ୍ଟଇଣ୍ଡିଜ ଟି-୨୦

କଟକ:  ୨୦୨୨ ଫେବ୍ରୁଆରି ୧୫ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ମ୍ୟାଚ୍ ଖେଳାଯିବ । ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ବାରବାଟୀ ଷ୍ଟାଡିୟମରେ ଖେଳାଯିବ ।  ଏବେ ବାରବାଟୀ ଷ୍ଟାଡିୟମରେ ପ୍ରସ୍ତୁତି ଜୋରଦାର ଚାଲିଛି ।  ଷ୍ଟାଡିୟମକୁ ପୂରା ନୂଆ ରୂପ ଦେଉଛି ଓସିଏ । ପିଚ୍ ଠାରୁ ପ୍ୟାଭିଲିୟନ ସବୁ କିଛି ବଦଳାଯାଉଛି । ଆଜି ଅପରାହ୍ନରେ ବିସିସିଆଇ ଆପେକ୍ସ କମିଟି ଏନେଇ ଘୋଷଣା କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: