ଭୁବନେଶ୍ୱର,୨୧/୦୯ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଶ୍ୱବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ କରାଯାଇଛି । ବାଲୁକା ଶିଳ୍ପୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ୨୦୧୮ ମସିହାରୁ କାର୍ଯ୍ୟନିର୍ବାହ କରିଆସୁଥିଲେ । ତାଙ୍କର କାର୍ଯ୍ୟକାଳ ସରୁଥିବାରୁ ଆଗାମୀ ୩ ବର୍ଷ ପାଇଁ ତାଙ୍କୁ ଲଳିତ କଳା ଏକାଡେମୀର ସଭାପତି ରୂପେ କାର୍ଯ୍ୟନିର୍ବାହ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |