ବାଲେଶ୍ଵରରୁ ୧ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ଵର, ୨୭/୦୭ : ବାଲେଶ୍ଵରରୁ ୧ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନସୁଗାର ଜବତ। ବାଲେଶ୍ଵର ସହଦେବଖୁଣ୍ଟା ଅରଡବଜାରରୁ ବ୍ରାଉନସୁଗାର ଜବତ ହୋଇଛି। ବ୍ରାଉନସୁଗାର କାରବାର ଅଭିଯୋଗରେ ଶେଖ୍ ମେଜୁ ନାମକ ଜଣେ ବ୍ୟକ୍ତିକୁ ଗିରଫ କରାଯାଇଛି। ଶେଖ୍ ମେଜୁ ନିକଟରୁ ୧ କେ.ଜି ୫୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କାରୁ ଉର୍ଦ୍ଧ୍ଵ ହେବ ବୋଲି ପୋଲିସ କହିଛି। ଏହା ସହ ଅଭିଯୁକ୍ତ ନିକଟରୁ ନଗଦ ୨୮ ହଜାର ୧୦୦ ଟଙ୍କା ଜବତ ହୋଇଛି। ଏସଟିଏଫ୍ ଡିଆଇଜି ଜୟ ନାରାୟଣ ପଙ୍କଜ ଏନେଇ ସୂଚନା ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!