କଟକ୧୪/୯: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ତଥା ଆକାଶବାଣୀର ଅବସରପ୍ରାପ୍ତ ପ୍ରଯୋଜକ ନଦୀୟା ବିହାରୀ ମହାନ୍ତିଙ୍କ କଟକର ଏକ ଘରୋଇ ହସ୍ପିଟାଲ୍ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ ନେଇ ତାଙ୍କ ପରିବାର ବର୍ଗ ସୂଚନା ଦେଇଛନ୍ତି। ଲୋକପ୍ରିୟ ଆକାଶବାଣୀ କାର୍ଯ୍ୟକ୍ରମ ଶିଶୁ ସଂସାରର ‘ବଡ଼ଭାଇ’ ଭାବେ ଘରେ ଘରେ ପରିଚିତ ଥିଲେ ନଦୀୟା ବିହାରୀ ମହାନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |